ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୪୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯୬ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
https://twitter.com/IPR_Odisha/status/1443431290343092227?s=20https://twitter.com/IPR_Odisha/status/1443431292494745602?s=20
- IPR_Odisha
https://twitter.com/IPR_Odisha/status/1443431292494745602?s=20
- IPR_Odisha
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୬୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୪୭୬ ରହିଥିବା ବେଳେ ୫୬୪୨ ଜଣ ଚିକିତ୍ସିତ ହେଉଛନ୍ତି ।